ଓଡିଶା

କଟକ ଓ କେନ୍ଦ୍ରାପଡାରେ ‘ଆମ ଓଡିଶା ନବୀନ ଓଡିଶା’ର ଶୁଭାରମ୍ଭ

(ଭୁବନେଶ୍ୱର) : ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ‘ଆମ ଓଡିଶା ନବୀନ ଓଡିଶା’ । ପ୍ରତି ପଞ୍ଚାୟତ ଏବଂ ଗାଁକୁ ବିକାଶ କରିବା ରହିଛି ଏହି ଯୋଜନାର ଲକ୍ଷ୍ୟ । ଆଜି ଆଉ ଦୁଇ ଜିଲ୍ଲାରେ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ର ଶୁଭାରମ୍ଭ ହୋଇଛି । ଆଜି ଭୁବନେଶ୍ୱରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଚତୁର୍ଥ ଦିନରେ କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।

 

ସୂଚନାନୁଯାୟୀ , ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Related posts

ସ୍ନାନ ଯାତ୍ରା, ଘୋଷଯାତ୍ରା ସୁରୁଖୁରୁରେ କରିବାକୁ ସହଯୋଗ ଲୋଡିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

mahabharatanews

ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

mahabharatanews

କମିଟି ଅଧ୍ୟକ୍ଷକଙ୍କ ନାମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

mahabharatanews