ଓଡିଶାଶିକ୍ଷା

୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ପଦବୀ ପୂରଣ ହେବ

ଭୁୁବନେଶ୍ୱର/ ହରପ୍ରସାଦ ବିଷୋୟୀ:ଶିକ୍ଷକଙ୍କ ନିମନ୍ତେ ଆସିଲା ଖୁସି ଖବର । ରାଜ୍ୟର ବିଭିନ୍ନ ସରକାରୀ ହାଇସ୍ଲୁଲରେ ଖାଲି ପଡିଥିବା ପଦବୀରେ ନିଯୁକ୍ତି ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍ସନ କମିଶନଙ୍କୁ ଅନୁରୋଧ କରାଯାଇଛି। ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ। ଟିଜିଟି (କଳା), ଟିଜିଟି (ପିସିଏମ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ।ତେବେ ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଥିଲା।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ୟ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍କୁଲ ରୂପାନ୍ତର କାର୍ୟ୍ୟକ୍ରମକୁ ଗୁରୁତ୍ବ ଦିଆଯାଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି। କମ୍ପୁଟର, ଇଣ୍ଟରନେଟ ଠାରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି। ୫-ଟିରେ ନିଯୁକ୍ତି କାର୍ୟ୍ୟକ୍ରମକୁ ମଧ୍ୟ ତ୍ବରାନ୍ବିତ କରାଯାଉଛି। ବିଭିନ୍ନ ବିଭାଗରେ ଥିବା ଖାଲି ପଦବୀ ଗୁଡିକୁ ସଂପୂର୍ଣ୍ଣ ସ୍ବଚ୍ଛତାର ସହିତ କ୍ଷୀପ୍ର ଗତିରେ ପୂରଣ କରାଯାଉଛି। ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ ।

Related posts

ହିନ୍ଦୋଳ ବନବିଭାଗ ପକ୍ଷରୁ ଆଜି ବିଶ୍ୱବନିକରଣ ଦିବସ ପାଳିତ

mahabharatanews

ରାଜ୍ୟ ସରକାରଙ୍କୁ ବିଧାୟକ ଓ ସାଂସଦଙ୍କ ଅପରାଧିକ ତଥ୍ୟ ରାଜ୍ୟ ସରକାରଙ୍କୁ ମାଗିଲେ ହାଇକୋର୍ଟ

mahabharatanews

ଗଜପତିରେ ଜଣେ ୭ ବର୍ଷୀୟ ତିବ୍ଦତୀୟ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

mahabharatanews