ଓଡିଶା

ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ମିଳିବ ଜମିପଟ୍ଟା

(ହୀରାକୁଦ) : ଏଥର ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ମିଳିବ ଜମିପଟ୍ଟା । ଦୀର୍ଘ ବର୍ଷ ହେବ ଲାଗି ରହିଥିବା ବିବାଦର ସମାଧାନ ହୋଇଛି । ଏବେ ସମସ୍ତ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଜମି ପଟ୍ଟା ହସ୍ତାନ୍ତର କରିବେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫ -ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ ।

ସୂଚନାନୁଯାୟୀ , ହୀରାକୁଦ ବନ୍ଧ ବିସ୍ଥାପିତj ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା – ଏହିପରି ଅନେକ ସମସ୍ୟା ସଂପର୍କରେ 5-ଟି ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି ।

Related posts

ମିଶନ ଶକ୍ତି ପାଇଁ ଋଣ ୬୦୦୦ କୋଟି ଟଙ୍କାରେ ପହଞ୍ଚିଲା

mahabharatanews

ପାରାଦ୍ୱୀପ ୟୁନିଟ ଟ୍ରଷ୍ଟ୍ ପକ୍ଷରୁ ନିରାଶ୍ରୟଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

mahabharatanews

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ହେବ ସ୍କୁଲ

mahabharatanews