(ଭୁବନେଶ୍ୱର) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୧୫ଟି ଜିଲ୍ଲାରେ ୬୭ଟି ‘ଆମ ହସ୍ପିଟାଲ’, ଉମରକୋଟ ଉପଖଣ୍ଡ ହସ୍ପିଟାଲରେ ଡାଏଲେସିସ୍ ସେଣ୍ଟର, ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ ଓ ଝାରସୁଗୁଡାରେ BMRC କାର୍ଡିଆକ୍ କେୟାର ହସ୍ପିଟାଲ ଲୋକାର୍ପିତ କରିଛନ୍ତି। ଏହା ସହିତ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଉପଜିଲ୍ଲା ଡାକ୍ତରଖାନାର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି।
ସୂଚନାନୁଯାୟୀ , ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ ‘ଆମ ହସ୍ପିଟାଲ’ରେ ସବୁ ବ୍ୟବସ୍ଥା ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି କରାଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଫୋକସ୍ ହେଉଛି ରୋଗୀଙ୍କ ସୁବିଧା ଓ ସେମାନଙ୍କ ପାଇଁ ଉନ୍ନତ ଚିକିତ୍ସା ବ୍ୟବସ୍ଥା। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ‘ଆମ ହସ୍ପିଟାଲ’ ଗୁଡିକ ଏକ ନୂଆ ଯୁଗ ରାଜ୍ୟରେ ଆରମ୍ଭ କରିବ। ସରକାରୀ ହସ୍ପିଟାଲ ଗୁଡିକରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ବିରାଟ ପରିବର୍ତ୍ତନ ଆଣିବ ବୋଲି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ। ୫ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ କରାଯାଇଛି ବୋଲି ସେ କହିଥିଲେ।
