ଓଡିଶାରାଜନୀତି

୩ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରୁ ୩ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୧୪ରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ଅନୁଷ୍ଠିତ ହେବ । ତେବେ ପୂର୍ବରୁ ପ୍ରଥମେ ଦୁବାଇ, ଦିଲ୍ଲୀ ଏବେ ମାୟାନଗରୀ ମୁମ୍ବାଇ ଯିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଆସନ୍ତା ମଙ୍ଗଳବାର ଠୁ ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଉଛନ୍ତି ନବୀନ । ୧୫ରେ ଓଡ଼ିଶା ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ନଭେମ୍ବରରେ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୨ ହେବାକୁ ଯାଉଛି । ଏହି ସମ୍ମିଳନୀକୁ ନିବେଶକଙ୍କୁ ନିମନ୍ତ୍ରଣ କରିବା ସହ ରାଜ୍ୟରେ ଥିବା ପୁଞ୍ଜିନିବେଶ ସୁଯୋଗର ପ୍ରଚାର ପ୍ରସାର ପାଇଁ ଏହି ଗସ୍ତ କରୁଛନ୍ତି ନବୀନ ।ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ନିବେଶକଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି ।ବୁଧବାର ସନ୍ଧ୍ୟା ସାଢେ଼ ୬ରେ ମୁମ୍ବାଇର ନରିମନ ପଏଣ୍ଟରେ ଥିବା ହୋଟେଲ ଟ୍ରାଇଡେଣ୍ଟରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ହେବ ।

Related posts

ଡଟ୍ ଫେଷ୍ଟ ଅଷ୍ଟମ ସଂଧ୍ୟାରେ ସ୍ୱତନ୍ତ୍ର ମଜ୍ଜା ନେଲେ ଭିକାରୀ , ଆଶ୍ରୟସ୍ଥଳୀ ଅନ୍ତେବାସୀ ଏବଂ କିନ୍ନର ଭୁବନେଶ୍ୱର;

mahabharatanews

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଲୋକପ୍ରିୟ ସାଂସଦ ମହେଶ ସାହୁଙ୍କ ବଳିଷ୍ଟ ପଦକ୍ଷେପ

mahabharatanews

ଆଉ ୪୫୬ଜଣ କରୋନା ପଜିଟିଭ୍ ଚିହ୍ନଟ

mahabharatanews