ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିଠୁ ୩ ଦିନ ପାଇଁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ଆଜି ଅପରାହ୍ନ ସାଢ଼େ ୪ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଏହି ସମୟରେ ରାଜ୍ୟ ସ୍ୱାର୍ଥ ସମ୍ପର୍କିତ ଅନେକ ପ୍ରସଙ୍ଗରେ ଆଲୋଚନା କରିବେ । ଏହି ୩ ଦିନିଆ ଗସ୍ତରେ ପ୍ରଧାନମନ୍ତ୍ରୀଙ୍କ ସହ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ । ବଳକା ଉଷୁନା ଚାଉଳ ଉଠାଇବା ସହ ଜିଏସଟି ବକେୟା ଓ ଏହା ବ୍ୟତୀତ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ବଳକା ଆବାସ ଯୋଜନା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇପାରେ । ତେବେ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି।
previous post