ଓଡିଶାଭାରତରାଜନୀତି

ଆଜି ମୋଦିଙ୍କୁ ଭେଟିବେ ନବୀନ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିଠୁ ୩ ଦିନ ପାଇଁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ଆଜି ଅପରାହ୍ନ ସାଢ଼େ ୪ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଏହି ସମୟରେ ରାଜ୍ୟ ସ୍ୱାର୍ଥ ସମ୍ପର୍କିତ ଅନେକ ପ୍ରସଙ୍ଗରେ ଆଲୋଚନା କରିବେ । ଏହି ୩ ଦିନିଆ ଗସ୍ତରେ ପ୍ରଧାନମନ୍ତ୍ରୀଙ୍କ ସହ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ । ବଳକା ଉଷୁନା ଚାଉଳ ଉଠାଇବା ସହ ଜିଏସଟି ବକେୟା ଓ ଏହା ବ୍ୟତୀତ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ବଳକା ଆବାସ ଯୋଜନା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇପାରେ । ତେବେ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି।

Related posts

ଇସ୍ତଫା ଦେଲେ ପେଟିଏମ୍ ସିଇଓ ତଥା ସଭାପତି ଭବେଶ ଗୁପ୍ତା

mahabharatanews

ବଜ୍ରପାତରେ ଜୀଅନ୍ତା ଜଳିଗଲେ ଯୁବକ  

mahabharatanews

ଅଚାନକ ଭୁଶୁଡି ପଡିଲା ମଝି ରାସ୍ତା,ଭୟବିତ ଲୋକେ   

mahabharatanews