ଓଡିଶା

ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

୫ ବନ୍ୟା ପ୍ରବାଭିତ ଜିଲ୍ଲାର କରିବେ ଅନୁଧ୍ୟାନ

ଭୁବନେଶ୍ୱର: ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟାଞ୍ଚଳ ପରିଦର୍ଶନ କରିବେ ବୋଲି ଜଣାପଡିଛି। ଆକାଶ ମାର୍ଗରୁ ୫ ବନ୍ୟା ପ୍ରବାଭିତ ଜିଲ୍ଲାର ସ୍ଥିତି ଅନୁଧ୍ୟାନ କରିବେ। ୫ ବନ୍ୟା ପ୍ରଭାବିତ ଜିଲ୍ଲା ମଧ୍ୟରେ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ରହିବେ। ସଂପ୍ରତି ରାଜ୍ୟର ଦଶଟି ଜିଲ୍ଲା ବନ୍ୟା ପ୍ରଭାବିତ ହୋଇଛି। ଫଳରେ ସ୍ଥାନୀୟ ଜନସାଧାରଣ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସ୍ଥାନୀୟ ଜିଲ୍ଲା ପ୍ରଶାସନ ଓ ବ୍ଲକ ପ୍ରଶାସନ ପକ୍ଷରୁ ବନ୍ୟା ପ୍ରପୀଡିତଙ୍କୁ ରନ୍ଧା ଖାଦ୍ୟ ଯୋଗାଇଦିଆଯାଉଛି। ତଳି ଅଞ୍ଚଳର ଲୋକେ ଉପରମୁଣ୍ଡକୁ ଚାଲି ଯାଉଥିବା ଜଣାପଡିଛି। ଅନ୍ୟପକ୍ଷରେ ଓଡ୍ରାଫ, ଏନଡିଆରଏଫ ଓ ଅଗ୍ନିଶମ ବାହିନୀ ପକ୍ଷରୁ ଜଳବନ୍ଦୀ ଲୋକଙ୍କୁ ଉଦ୍ଧାର କରାଯାଉଛି। ସେପଟେ ଆଜି ଠାରୁ ଲଘୁଚାପ କାରଣରୁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ତଳିଆ ଅଞ୍ଚଳର ଲୋକଙ୍କ ଦୁର୍ଦ୍ଦଶା ବୃଦ୍ଧି ପାଇବ ବୋଲି ଜଣାପଡିଛି।

Related posts

ଘରକୁ ଫେରିବାକୁ ସାହାଯ୍ୟ ଲୋଡିଲେ ବୃଦ୍ଧା

mahabharatanews

ଟିମ୍ ଇଣ୍ଡିଆକୁ ଝଟକା, ଦକ୍ଷିଣ ଆଫ୍ରିକା ବିପକ୍ଷରେ ଆଗାମୀ ଦିନିକିଆ ସିରିଜ୍ ଖେଳିବେ ନାହିଁ ଶୁଭମନ ଗିଲ୍

mahabharatanews

ଆଜିଠୁ ୩ ଦିନିଆ ପାଇଁ  ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

mahabharatanews