ଓଡିଶା

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର

(ଭୁବନେଶ୍ୱର) : ଆଜି ମୁଖ୍ୟମନ୍ତ୍ରୀଙ୍କର ମାରାଥନ ପ୍ରଚାର । ଖୋର୍ଦ୍ଧା, ନୟାଗଡ଼ ଓ ପୁରୀରେ ଜନସଭାକୁ ସମ୍ବୋଧନ କରିବେ ନବୀନ । ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଶେଷ ହୋଇଛି ନିର୍ବାଚନ । ବାକି ଥିବା ଦୁଇଟି ପର୍ଯ୍ୟାୟରେ ନିଜ ଦଳର ପ୍ରାର୍ଥୀଙ୍କୁ ବଳ ଦେବାକୁ ପ୍ରଚାରକୁ ଜୋରଦାର କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଜି ମୁଖ୍ୟମନ୍ତ୍ରୀଙ୍କର ମାରାଥନ ପ୍ରଚାର କାର୍ଯ୍ୟକ୍ରମ ରହିଛି । ପ୍ରଥମେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ହାବେଳି ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡର ବ୍ୟବସ୍ଥା ମଧ୍ୟ ହୋଇଛି ।

ସୂଚନାନୁଯାୟୀ , ଖୋର୍ଦ୍ଧାରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବା ସହ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ ନବୀନ । ଏହାପରେ ପୁଣି ହେଲିକପ୍ଟର ଯୋଗେ ନୟାଗଡ଼ ଷ୍ଟାଡିଅମରେ ପହଞ୍ଚି ସେଠାରେ ମଧ୍ୟ ପ୍ରଚାର କରିବେ । ଶେଷରେ ପୁରୀ ତାଳବଣିଆରେ ନିର୍ବାଚନୀ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Related posts

ନାଉଗାଁ ଝିଅ ଓ.ଏ.ଏସ. ପରୀକ୍ଷାରେ ସଫଳ

mahabharatanews

ଶିକ୍ଷକ ଓ ବିଭିନ୍ନ ମହିଳା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

mahabharatanews

 ବୋରୱେଲରେ ଖସି ପଡ଼ିଥିବା ୮୦ ବର୍ଷୀୟ ବୃଦ୍ଧା ଉଦ୍ଧାର

mahabharatanews