ଓଡିଶା

ମୁଖ୍ୟମନ୍ତ୍ରୀଙ୍କ ବଳାଙ୍ଗୀର ଗସ୍ତ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଳା ପାଇଁ ପ୍ରସ୍ତୁତ ହୋଇସାରିଛି ବ୍ଲୁ ପ୍ରିଣ୍ଟ । ଖୁବ ଶୀଘ୍ର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନରେ କରାଯିବ ଶୁଭାରମ୍ଭ । ଏହା ବ୍ୟତୀତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ବ୍ୟବସ୍ଥା ମଧ୍ୟ ରହିଛି । ମୋଟ ୬ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଏବଂ ଭିତ୍ତିପ୍ରସ୍ତର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ବଲାଙ୍ଗୀର ଗସ୍ତରେ ପହଞ୍ଚିଛନ୍ତି ରାଜ୍ୟ ମୁଖିଆ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ବିମାନ ଯୋଗେ ତୁଷୁରା ଏୟାରଷ୍ଟ୍ରିପରେ ଓହ୍ଲାଇ ସେଠାରୁ ଟିଟିଲାଗଡ ମିନି ଷ୍ଟାଡିୟମରେ ପହଞ୍ଚିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ । ଏହା ବ୍ୟତୀତ ହରିଶଙ୍କର ନୃସିଂହନାଥ ମନ୍ଦିର ରୁପାନ୍ତର ପ୍ରକଳ୍ପର ଶିଳାନ୍ୟାସ କରିବା ସହ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଏବଂ ଉଦଘାଟନ କରାଯିବ । ବଲାଙ୍ଗୀରର ବିକାଶ ପାଇଁ ମୋଟ ୬ ଶହ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଅତ୍ୟାଧୁନିକ ବସଷ୍ଟାଣ୍ଡ ଉଦଘାଟନ ସହିତ ପାନୀୟ ଜଳ ଯୋଗାଣ, କୃଷି ଜଳସେଚନ ଭଳି ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ ପାଇଁ ପୋଲିସ ଏବଂ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସଭାସ୍ଥଳକୁ ମୋଟ ୨୫୦ ଲୋକଙ୍କୁ ଅନୁମତି ମିଳିଥିବା ବେଳେ ସୁରକ୍ଷା ପାଇଁ ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ତେବେ କାର୍ଯ୍ୟକ୍ରମରେ ଯୋଗ ଦେଉଥିବା ସମସ୍ତ ପୋଲିସ, ଗଣମାଧ୍ୟମ ପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀମାନଙ୍କର ଆରଟିପିସିଆର ଟେଷ୍ଟ ମଧ୍ୟ କରାଯାଇଛି ।

Related posts

ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା

mahabharatanews

ଗୋବିନ୍ଦପୁର ଗାଁରେ ସତ୍ୟ ସେବକ ଯୁବ ସଙ୍ଘର ବୃକ୍ଷ ରୋପଣ

mahabharatanews

ଆଉ ୬ଜିଲ୍ଲାରେ ଲକ୍ଷ୍ମୀ ବସ୍

mahabharatanews