ରାଜ୍ୟର ବିଭିନ୍ନ ସହରର ଟ୍ରାଫିକ ଛକ, ବସଷ୍ଟାଣ୍ଡ ଏବଂ ସର୍ବସାଧାରଣ ସ୍ଥାନରେ ଶିଶୁ ଭିକ୍ଷାବୃତ୍ତିକୁ ରୋକିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (OSCPCR) ପକ୍ଷରୁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି । ଏନେଇ ଆୟୋଗର ଅଧ୍ୟକ୍ଷା ବବିତା ପାତ୍ର ସମସ୍ତ ଜିଲ୍ଲାପାଳ, ପୋଲିସ ଅଧିକ୍ଷକ ଏବଂ ପୌରପାଳିକା କମିଶନରଙ୍କୁ ଏକ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି । ଶିଶୁ ଭିକ୍ଷାବୃତ୍ତିର ସମ୍ପୂର୍ଣ୍ଣ ଉନ୍ମୂଳନ ପାଇଁ ପ୍ରତି ଜିଲ୍ଲାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ‘ଜିଲ୍ଲା ଟାସ୍କ ଫୋର୍ସ’ ଗଠନ କରାଯିବ । ଏହି ଟିମ୍ରେ ପୋଲିସ ଅଧିକ୍ଷକ, ପୌର କମିଶନର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ (DCPO) ଏବଂ ଶ୍ରମ ଅଧିକାରୀ ପ୍ରମୁଖ ସଦସ୍ୟ ରହିବେ । ଏହି ଟାସ୍କ ଫୋର୍ସ ନିୟମିତ ଭାବେ ଚଢ଼ାଉ କରି ଭିକ୍ଷାବୃତ୍ତିରେ ନିୟୋଜିତ ଶିଶୁମାନଙ୍କୁ ଉଦ୍ଧାର କରିବା ସହ ସେମାନଙ୍କର ଥଇଥାନ ପାଇଁ ବ୍ୟବସ୍ଥା କରିବେ ।
previous post
