ଓଡିଶା

ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ: ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ନିର୍ଦ୍ଦେଶ

ରାଜ୍ୟର ବିଭିନ୍ନ ସହରର ଟ୍ରାଫିକ ଛକ, ବସଷ୍ଟାଣ୍ଡ ଏବଂ ସର୍ବସାଧାରଣ ସ୍ଥାନରେ ଶିଶୁ ଭିକ୍ଷାବୃତ୍ତିକୁ ରୋକିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (OSCPCR) ପକ୍ଷରୁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି  । ଏନେଇ ଆୟୋଗର ଅଧ୍ୟକ୍ଷା ବବିତା ପାତ୍ର ସମସ୍ତ ଜିଲ୍ଲାପାଳ, ପୋଲିସ ଅଧିକ୍ଷକ ଏବଂ ପୌରପାଳିକା କମିଶନରଙ୍କୁ ଏକ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି  । ଶିଶୁ ଭିକ୍ଷାବୃତ୍ତିର ସମ୍ପୂର୍ଣ୍ଣ ଉନ୍ମୂଳନ ପାଇଁ ପ୍ରତି ଜିଲ୍ଲାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ‘ଜିଲ୍ଲା ଟାସ୍କ ଫୋର୍ସ’ ଗଠନ କରାଯିବ  । ଏହି ଟିମ୍‌ରେ ପୋଲିସ ଅଧିକ୍ଷକ, ପୌର କମିଶନର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ (DCPO) ଏବଂ ଶ୍ରମ ଅଧିକାରୀ ପ୍ରମୁଖ ସଦସ୍ୟ ରହିବେ  । ଏହି ଟାସ୍କ ଫୋର୍ସ ନିୟମିତ ଭାବେ ଚଢ଼ାଉ କରି ଭିକ୍ଷାବୃତ୍ତିରେ ନିୟୋଜିତ ଶିଶୁମାନଙ୍କୁ ଉଦ୍ଧାର କରିବା ସହ ସେମାନଙ୍କର ଥଇଥାନ ପାଇଁ ବ୍ୟବସ୍ଥା କରିବେ  ।

Related posts

ରାଜ୍ୟରେ ବଢିବ ତାତି 

mahabharatanews

ଯୁବତୀଙ୍କର କି ରାଗ ! ପ୍ରେମିକ ଘରେ ନିଆଁ ଲଗାଇଲା ପ୍ରେମିକା

mahabharatanews

ବାଲୁକା କଳା ମାଧ୍ୟମରେ ବୀର ସହିଦ ଯବାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି

mahabharatanews