ଓଡିଶା

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ଅଗଷ୍ଟ ୧୨ତାରିଖ ଅର୍ଥାତ୍ ସୋମବାରରେ ୟୁନିଟ-୫ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ  ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ଗତ ଜୁଲାଇ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣଇ ବନ୍ଦ ରହିଥିଲା। ତା ପୂର୍ବରୁ ଗତ ଜୁଲାଇ ୨୨ତାରିଖ, ପୁର୍ବରୁ ଜୁଲାଇ ୮ ତାରିଖରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ହୋଇଥିଲା। ଚଳିତ ବର୍ଷ ରଥଯାତ୍ରା ଦୁଇଦିନ ଧରି ଚାଲିଥିବାରୁ ସେଥିପାଇଁ ଜୁଲାଇ ୭ ଓ ୮ ତାରିଖକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛୁଟି ଘୋଷଣା କରିଥିଲେ। ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଜୁଲାଇ ୮କୁ ସରକାରୀ ଛୁଟି ଭାବେ ଘୋଷଣା କରାଯାଇ ଥିବାରୁ ସେହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ନେଇ ନିଷ୍ପତ୍ତି ନିଆଯାଇଥିଲା।

Related posts

“ନାଗରିକତା ସଂଶୋଧନ ଆଇନ୍ ୨୦୧୯” ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ

mahabharatanews

ଆଜି ରାଜ୍ୟରେ ୧୨୦ ଆରୋଗ୍ୟ

mahabharatanews

ମହୁ ମାଛି ଆକ୍ରମଣରେ ଜଣେ ମୃତ, ଦୁଇ ଆହତ

mahabharatanews