ଓଡିଶା

ଓଡିଶାର ଅଗ୍ନିବୀରଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

ଭୁବନେଶ୍ବର: ଓଡିଶାର ଅଗ୍ନିବୀରଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । କାରଗିଲ ବିଜୟ ଦିବସ ଉତ୍ସବରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ସରକାର ଓଡିଶାର ୟୁନିଫର୍ମ ସେବାରେ ଅଗ୍ନିବୀରଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଓଡିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇ ନଥିବେ ସେମାନଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ ପ୍ରତିଶତ ଯାଏଁ ସଂରକ୍ଷଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ ପୂର୍ବରୁ ଘୋଷଣା କରିଛନ୍ତି । ତେବେ ଖାଲି ସଂରକ୍ଷଣ ନୁହେଁ ବରଂ ସେମାନଙ୍କ ପାଇଁ ବୟସ ସୀମା ମଧ୍ୟ ୫ ବର୍ଷ କୋହଳ କରାଯିବ। ଭାରତୀୟ ସେନାରେ ଯୋଗ ଦେଇଥିବା ସବୁ ସୈନିକମାନେ ଆମର ଗର୍ବ ଓ ଗୌରବ। ଆମର ଅଗ୍ନିବୀରମାନେ ମଧ୍ୟ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇ ବିଭିନ୍ନ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରିଛନ୍ତି। ଅଗ୍ନିବୀର୍‌ ଯୋଜନା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ଯୋଜନା । ଏହି ଯୋଜନା ଦେଶର ଯୁବ ସମାଜକୁ ଦକ୍ଷ, ସାହସୀ ଓ ଯୋଗ୍ୟ କରିବାରେ ସହାୟକ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Related posts

ଗଞ୍ଜାମର ହିଞ୍ଜିଳି-ଶେରଗଡ଼ ଓ ଖଲ୍ଲିକୋଟରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର;ଲୋକଙ୍କୁ ଦେଲେ  ବିକାଶର ହିସାବ

mahabharatanews

ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୮୫୪ ସଂକ୍ରମିତ ରାଜ୍ୟରୁ ଚିହ୍ନଟ

mahabharatanews

ସୁନ୍ଦରଗଡ଼ ଦୁର୍ଘଟଣା: ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ରାଶି ଘୋଷଣା 

mahabharatanews