ଓଡିଶା

ସୁନ୍ଦରଗଡ଼ ଦୁର୍ଘଟଣା: ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ରାଶି ଘୋଷଣା 

(ସୁନ୍ଦରଗଡ଼): ଦିନକୁ ଦିନ ସଡ଼କ ଦୁର୍ଘଟଣା ବିରୁଡି ପାଇବାରେ ଲାଗିଛି । ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗର ମୁଣ୍ତା ଦୁର୍ଘଟଣା ମାମଲା । ଆଜି ଭୋଜି ସାରି ଘରକୁ ଫେରିବା ସମୟରେ ଏକ ଅଟୋକୁ ଧକ୍କ ଦେଇଥିଲା ହାଇୱା । ଫଳରେ ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁର ଆହତ ହୋଇଥିଲେ । ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନାନୁଯାୟୀ , ସମସ୍ତ ମୃତକ ମହିଳା ଏବଂ ଗୋଟିଏ ପରିବାରର ହୋଇଥିବା ନେଇ ସୂଚନା ରହିଛି । ତେବେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୫ ଜଣଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିବା ସହ ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି । ସେହିପରି ଆହତ ମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏଥି ସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Related posts

ବନ୍ଦେ ଭାରତ ଏକ୍ସପ୍ରେସ୍ : ହାୱଡ଼ା ମୁହାଁ ପ୍ରଥମ ଟ୍ରେନ

mahabharatanews

ଓଏଏସସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

mahabharatanews

ଭୁବନେଶ୍ୱର ସ୍ଥିତ କେନ୍ଦ୍ରୀୟ ଗୁଇନ୍ଦା ବ୍ୟୁରୋ ଅଫିସ୍ ସିଲ୍

mahabharatanews