ଓଡିଶା

ସରପଞ୍ଚ ପାଇବେ ୧୦ ହଜାର

(ଭୁବନେଶ୍ୱର) : ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି । ଯେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ ।

ନିଷ୍ପତ୍ତି ଅନୁଯାୟୀ, ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା DA+Sitting fee ମଧ୍ୟ ୩୦୦ଟଙ୍କାରୁ ୬୦୦ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ ୨୦,୦୦୦ ଟଙ୍କା କୁ ବୃଦ୍ଧି କରାଯାଇଛି ଏବଂ ସେମାନଙ୍କ ଭତ୍ତା DA+SF ମଧ୍ୟ ୩୦୦ଟଙ୍କାରୁ 600 ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ ଏବଂ ସେମାନଙ୍କ ଦୈନିକ ଭତ୍ତା DA+SFମଧ୍ୟ ୩୦୦ଟଙ୍କାରୁ ୬୦୦ଟଙ୍କାକୁ ବୃଦ୍ଧି କରାଯାଇଛି।

Related posts

63 ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ 2025 ପାଳିତ

mahabharatanews

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ନୂତନ କୋଠା କାର୍ଯ୍ୟକ୍ଷମ କରିବା ପାଇଁ ଘଣ୍ଟ ବଜାଇ ବିକ୍ଷୋଭ

mahabharatanews

 ଖୋଲିଲା ହୀରାକୁଦ୍ ଗେଟ୍,ତଳିଆ ଅଞ୍ଚଳକୁ ସତର୍କ ଜାରି 

mahabharatanews