ଓଡିଶା

ଖାତାକୁ ଆସିଲା ସ୍କଲାରସିପ ଟଙ୍କା, ଆସୁଛି ୟୁଥ୍ ବଜେଟ୍ 

(ଭୁବନେଶ୍ୱର) : ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ସ୍କଲାରସିପ ଟଙ୍କା । ଆଜିଠାରୁ ଯୁକ୍ତତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯାଇଛି ନୂଆ-ଓ ସ୍କଲାରସିପ । ଏହି ସ୍କିମରେ ରାଜ୍‌ଯର ପ୍ରାୟ ୬ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ଆଜିଠାରୁ ଆରମ୍ଭ ହୋଇଛି ଏହି ଯୋଜନା ।

ସୂଚନାନୁଯାୟୀ , ଛାତ୍ରୀଙ୍କୁ ୧୦ ହଜାର ଏବଂ ଛାତ୍ରଙ୍କ ଖାତାକୁ ୯ ହଜାର ଟଙ୍କା ପ୍ରଦାନ କରାଯାଇଛି । ମାର୍ଚ୍ଚ ୫ ତାରିଖରେ ସମସ୍ତ ୩୦ ଜିଲ୍ଲାର ଛାତ୍ରଛାତ୍ରୀ ଏହି ଛାତ୍ରବୃତ୍ତି ପାଇବେ । ସେପଟେ ଖୁବଶୀଘ୍ର ସରକାର ଆଣିବାକୁ ଯାଉଛନ୍ତି ୟୁଥ୍ ବଜେଟ୍ । ରାଜ୍ୟ ବଜେଟର ଏକ ବଡ଼ ଭାଗ ଯୁବ ବଜେଟ ପାଇଁ ବିନିଯୋଗ ହେବ । ଯୁବକଙ୍କ ସବୁ ସ୍ୱପ୍ନକୁ ସାକାର କରିବେ ରାଜ୍ୟ ସରକାର । ୫-ଟି ଅଧ୍ୟକ୍ଷ ପାଣ୍ଡିଆନ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ସମ୍ବୋଧିତ କରି ଏହି ରାଶିକୁ ପାଠପଢ଼ା ବା କ୍ରୀଡ଼ା ଆଦି କ୍ଷେତ୍ରରେ ଖର୍ଚ୍ଚ କରିବାକୁ ପରାମର୍ଶ ଦେଇଥିଲେ ।  ଏହି ରାଶି ଅନ୍‌ଲାଇନ ମାଧ୍ୟମରେ ସମସ୍ତ ଛାତ୍ରୀଛାତ୍ରଙ୍କ ବ୍ୟାଙ୍କ ଜମାଖାତାରେ ଜମା କରାଯାଇଛି । କାର୍ଯ୍ୟକ୍ରମରେ ଜିଲାର ୧୭ ଶିକ୍ଷାନୁଷ୍ଠାନର ୫ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ ।

Related posts

କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ

mahabharatanews

୨୬ ଯାଏଁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା 

mahabharatanews

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ଆହାତ

mahabharatanews