ଓଡିଶା

ଆଜି ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମବାର୍ଷିକୀ

(ଭୁବନେଶ୍ୱର) : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ୧୦୮ତମ ଜନ୍ମବାର୍ଷିକୀ । ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ବିଜୁ ପଟ୍ଟନାୟକ ପାର୍କରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି । ସେଠାକୁ ଯାଇ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନାନୁଯାୟୀ , ସେହିପରି ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ‘ଏକ୍ସ’ରେ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଆଧୁନିକ ଓଡ଼ିଶାର ନିର୍ମାତା, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି । ସମାଜର ସବୁ ବର୍ଗର ଲୋକଙ୍କୁ ନେଇ ବିକାଶକୁ ବଳିଷ୍ଠ କରିବା ଲାଗି ସେ ଆଙ୍କିଥିବା ନକ୍ସା ଏବେ ମଧ୍ୟ ଆମକୁ ବାଟ ଦେଖାଉଛି । ଆସନ୍ତୁ ସେହି ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ଵିତ କରିବା । ବିଜେଡି ପାର୍ଟି ଅଫିସରେ ବିଜୁ ଜୟନ୍ତୀ ପାଳିତ ହୋଇଯାଇଛି । ବିଜେଡିର ବରିଷ୍ଠ ନେତା ଓ କର୍ମୀ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସମ୍ପର୍କରେ ଆଲୋକପାତ କରିଥିଲେ । ସେହିଭଳି ଏୟାରପୋର୍ଟ ଛକରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ବିଜେଡିର ବରିଷ୍ଠ ନେତା ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

Related posts

ଅସ୍ତ୍ର ଛାଡ଼ି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ପୂର୍ବତନ ମାଓ କମାଣ୍ଡର ବେଣୁ ଗୋପାଳ ଭୂପତିଙ୍କ ଅପିଲ

mahabharatanews

ଆଜି ପୁଣି ବିଏମସି କମିଶନରଙ୍କୁ ଭେଟିବେ ମାର୍କେଟ ବିଲ୍ଡିଂ ସ୍ଥାୟୀ ବ୍ୟବସାୟୀ

mahabharatanews

କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ରରେ  କୁକୁଡ଼ା ଚିଆଁ  ଉତ୍ପାଦନ ହେଉନଥିବାର ଅଭିଯୋଗ

mahabharatanews