ଓଡିଶା

ନୂଆ ରୂପ ପାଇବ ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠ, ବ୍ୟୟ ମଞ୍ଜୁରୀ 

(କୋରାପୁଟ) : କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯିବ ।

ସୂଚନାନୁଯାୟୀ , ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଭିକେ ପାଣ୍ଡିଆନ ଗତ ଫ୍ରେବୃୟାରୀ ୩ ତାରିଖ ଦିନ କୋରାପୁଟ ଗସ୍ତ କରି ଗୁପ୍ତେଶ୍ୱର ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିର ପ୍ରବେଶ ଦ୍ୱାରର ସୌନ୍ଦର୍ଯ୍ୟକରଣ, ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ସୁବିଧା ଯଥା ପାନୀୟ ଜଳ ଓ ଶୌଚାଳୟ, ଗୁମ୍ଫାର ଆଲୋକୀକରଣ, ସାବରୀ ନଦୀ କୂଳର ସୌନ୍ଦର୍ଯ୍ୟକରଣ, ଉଠା ଦୋକନୀମାନଙ୍କ ଥଇଥାନ, ସେମାନଙ୍କ ପାଇଁ ନୂତନ ଦୋକାନ ଘର ନିର୍ମାଣ,ପ୍ରାକୃତିକ ସୌନ୍ଦର୍ଯ୍ୟରେ କୌଣସି ଆଞ୍ଚ ନ ଆଣି 5T ଉପକ୍ରମରେ ପୀଠର ଉନ୍ନତି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Related posts

ରାଜ୍ୟରେ ସର୍ବାଧିକ ୧୮୩୩ କରୋନା ସଂକ୍ରମିତ ଚିହ୍ନଟ

mahabharatanews

ପୁଣି ଶବକୁ ଅସମ୍ନାନ ମହାପ୍ରୟାଣ ଗାଡି ନ ଦେବାରୁ କାନ୍ଧରେ ବୋହିଲେ ପରିବାରବର୍ଗ

mahabharatanews

ପତାକା ଉତ୍ତୋଳନ ସହ ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

mahabharatanews