ଓଡିଶାଖେଳ

ସାରା ବିଶ୍ୱରେ ଓଡ଼ିଶା ପାଇଁ ସୁନାମ ଆଣିଛ, ତୁମେ ମାନେ ଓଡ଼ିଶାର ଗୌରବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଦୁଇ ଓଡିଆ ଆନ୍ତର୍ଜାତିକ କ୍ରୀଡା ପ୍ରତିଯୋଗୀ ଶ୍ରୀୟଙ୍କା ଷଡଙ୍ଗୀ ଓ ଜୟନ୍ତୀ ବେହେରାଙ୍କୁ ନବୀନ ନିବାସ ଠାରେ ସମ୍ବର୍ଦ୍ଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଦୁଇ ବାଳିକା କ୍ରୀଡାବିତଙ୍କୁ ସେମାନଙ୍କର ସଫଳତା ପାଇଁ ଉଚ୍ଚ ପ୍ରଶଂସା କରି କହିଥିଲେ ଯେ ସେମାନେ ରାଜ୍ୟ ପାଇଁ ଗୌରବ ଆଣି ଅନ୍ୟ ଖେଳାଳୀ ମାନଙ୍କ ପାଇଁ ପ୍ରେରଣା ସୃଷ୍ଟି କରିଛନ୍ତି।ସେମାନେ ସାରା ବିଶ୍ୱରେ ଓଡିଶା ପାଇଁ ଗୌରବ ଆଣିଛନ୍ତି ବୋଲି ପ୍ରକାଶ କରି, ଆଗାମୀ ଦିନରେ ଆହୁରି ସଫଳତା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀୟଙ୍କାଙ୍କୁ ୨ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଥିବାବେଳେ, ଜୟନ୍ତୀଙ୍କୁ ୧୫ଲକ୍ଷ ଟଙ୍କା ପୁରସ୍କାର ଦେଇଥିଲେ। ସୂଚନାଯୋଗ୍ୟ ଯେ ଶ୍ରୀୟଙ୍କା ନିକଟରେ କାଇରୋଠାରେ ଅନୁଷ୍ଠିତ ISSF ବିଶ୍ୱକପ୍ ସୁଟିଂ ପ୍ରତିଯୋଗୀତାରେ ୫୦ ମିଟର ରାଇଫଲ ୩ ପୋଜିସନରେ ବ୍ରୋଞ୍ଜ ମେଡାଲ ପାଇଛନ୍ତି। ସେ ମଧ୍ଯ ବର୍ତ୍ତମାନ ଜାତୀୟ ସୁଟିଙ୍ଗ ଚାମ୍ପିଅନ ଭାବେ ସୁନାମ ଅର୍ଜନ କରିଛନ୍ତି।

ସେହିପରି ଜୟନ୍ତୀ ବେହେରା ଦୁବାଇ ଠାରେ ଅନୁଷ୍ଠିତ ବିଶ୍ବ ପାରାଆଥଲେଟିକ୍ସ ପ୍ରତିଯୋଗୀତାରେ ୩ଟି ମେଡାଲ ହାସଲ କରିଛନ୍ତି।୪୦୦ ଓ ୧୦୦ ମିଟର ପ୍ରତିଯୋଗୀତାରେ ସେ ବ୍ରୋଞ୍ଜ ପଦକ ପାଇଥିବା ବେଳେ, ୨୦୦ ମିଟର ପ୍ରତିଯୋଗୀତାରେ ରୌପ୍ୟ ପଦକ ପାଇଛନ୍ତି। ଉଭୟ କ୍ରୀଡାବିତ୍ ରାଜ୍ୟରେ କ୍ରୀଡା ଭିତ୍ତିଭୂମି ଓ କ୍ରୀଡାବିତ୍ ମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ପଦକ୍ଷେପର ଉଚ୍ଚପ୍ରଶଂସା କରିଥିଲେ।ଦୁଇ ଖେଳାଳି ମୁଖ୍ୟମନ୍ତ୍ରୀଙ୍କ ସହିତ ଖୁସିରେ ସେଲ୍ଫି ଉଠାଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଶ୍ରୀ ଭିକେ ପାଣ୍ଡିଆନ ଓ କ୍ରୀଡ଼ା ସଚିବ ଶ୍ରୀ ଭିନିଲ କ୍ରିଷ୍ଣା ଉପସ୍ଥିତ ଥିଲେ।

Related posts

78ତମ ଏନ.ସି.ସି ଦିବସ ପାଳନ

mahabharatanews

ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା -୨୦୨୬ ଉଦଘାଟିତ

mahabharatanews

ନାବାଳିକା ଛାତ୍ରୀ ଗର୍ଭବତୀ ଘଟଣା ; ମୃତ ଶିଶୁ ଜନ୍ମ ପରେ ଆଖି ବୁଜିଲା ମା’

mahabharatanews