ଅପରାଧଓଡିଶା

ଧଉଳି ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତକୁ ଗଞ୍ଜାମରୁ ଉଠାଇ ଆଣିଲା କମିଶନରେଟ ପୋଲିସ

ଧଉଳି ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ସତ୍ୟପ୍ରକାଶ ହାତୀ ଓରଫ ଜୋକର ହାପିକୁ ଗଞ୍ଜାମରୁ ଗିରଫ କଲା କମିଶନରେଟ ପୋଲିସ । ଘଟଣା ପରଠୁ ଫେରାର ଥିଲା ମୁଖ୍ୟ ଅଭିଯୁକ୍ତ । ଆଜି ମୁଖ୍ୟ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ । ପୂର୍ବରୁ ଏହି ଘଟଣାରେ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ବେଳେ ଏବେବି ଧରାପଡିନାହାଁନ୍ତି ଆଉ ୨ ଅଭିଯୁକ୍ତ । ସତ୍ୟ ପ୍ରକାଶ ହାତୀ ଓରଫ ଜୋକର୍ ହାପି ନାମରେ ବହୁ ମାମଲା ଆଗରୁ ରହିଛି । ସେ ଜଣେ ଅଭ୍ୟାସଗତ ଅପରାଧୀ ବୋଲି ପୋଲିସ କହିଛି । ତାକୁ ଘଟଣାସ୍ଥଳକୁ ନେଇ ପୋଲିସ ସିନ୍ ରିକ୍ରିଏସନ୍ କରିଛି ।

ସୂଚନା ଅନୁଯାୟୀ, ଦୟା ନଦୀ ପଠାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା ଏବେ କମିଶନରେଟ ପୋଲିସର ମୁଣ୍ଡ ବ୍ୟଥା ବଢ଼ାଇଛି । ଘଟଣାକୁ ସପ୍ତାହେ ବିତିବା ସତ୍ତ୍ଵେ ଏଯାଏ ସବୁ ଅଭିଯୁକ୍ତ ଧରାପଡ଼ି ନାହାଁନ୍ତି । ମାମଲା ରେଡ ଫ୍ଲାଗ୍‌ ଅନ୍ତର୍ଭୁକ୍ତ ହେବା ପରେ ଧଉଳି ଥାନା ପୋଲିସ ସହ କ୍ରାଇମ୍‌ବ୍ରାଞ୍ଚ ଏହି ମାମଲାର ତଦନ୍ତକୁ ମନିଟରିଂ କରୁଛି । ଘଟଣାର ମୁଖ୍ୟ ଅଭିଯୁକ୍ତ ସତ୍ୟ ପ୍ରକାଶକୁ ପୋଲିସ ଗଞ୍ଜାମରୁ ଉଠାଇ ଆଣିଛି । ଖୁବଶୀଘ୍ର ତା’ର ଅନ୍ୟ ୨ ସହଯୋଗୀ ଧରାପଡ଼ିବେ । ଧଉଳି ବୁଲିବାକୁ ଯାଇଥିବା‌ ଜଣେ ନାବାଳିକାଙ୍କୁ ଦୟା ନଦୀପଠାକୁ ଟେକି ନେଇ ତାଙ୍କ ପୁରୁଷ ବନ୍ଧୁଙ୍କ ସମ୍ମୁଖରେ କେତେକ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିଲେ । ମାଡ଼ ମାରି ତାଙ୍କଠାରୁ ସୁନାଚେନ୍ ଓ ଟଙ୍କା ଲୁଟିନେଇଥିଲେ । ଏହା ସହିତ ତାଙ୍କ ପୁରୁଷ ବନ୍ଧୁଙ୍କୁ ମାଡ଼ମାରି ଦରମରା କରି ଫିଙ୍ଗି ଦେଇଥିଲେ। ଘଟଣାର ୫ ଦିନ ପରେ ପୋଲିସ କଟକ ବାଙ୍କୀର ବିଭୁ ପ୍ରସାଦ ମିଶ୍ର(୩୨) ଓ କଟକ ଓଲଟ‌ପୁର ଅଞ୍ଚଳର କାଳନ୍ଦୀ ପାତ୍ର(୩୧)କୁ ଗିରଫ କରିଥିଲା ।

Madhya Pradesh: Minor Rape Survivor Sent To Accused's House By Welfare  Officials, Assaulted Again | India News | Zee News

Related posts

ହାଉସ୍‌ ସର୍ଜନଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ, ରୋଗୀ ସେବା ଠପ୍

mahabharatanews

ଦୁଇ ଦିନ ପାଇଁ ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା

mahabharatanews

କେତେକ ସ୍ଥାନରେ ଘନ କୁହୁଡ଼ି ସମ୍ଭାବନା 

mahabharatanews