(ରିପୋଟର୍ସ ଟୁଡେ/ଭୁବନେଶ୍ୱର(ମହାଭାରତ): ରାଜ୍ୟରେ ଆଉ ୧୭ ପଜେଟିଭ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ୨୮୭ ରେ ପହଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା । ଚିହ୍ନଟ ହୋଇଥିବା ଆକ୍ରାନ୍ତ ସବୁ ଗଞ୍ଜାମ, ମୟୂରଭଞ୍ଜ, ସୁନ୍ଦରଗଡ ଓ ଭଦ୍ରକ ଜିଲ୍ଲାର । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୨ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୩, ସୁନ୍ଦରଗଡରୁ ଜଣେ ଓ ଭଦ୍ରକ ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୨୮୭ ରେ ପହଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩ ରେ ପହଞ୍ଚିଛି । ସେହିପରି ସୁନ୍ଦରଗଡରେ ଆକ୍ରାନ୍ତଙ୍କ ସଂଖ୍ୟା୧୩ ପହଞ୍ଚିଥିବା ବେଳେ ୭ ଜଣ ଚିକିତ୍ସାଧିନ ଅଛନ୍ତି । ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିଭଳି ଭଦ୍ରକ ଜିଲ୍ଲାରେ ୨୫ ରେ ପହଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା,୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୩ ଜଣ ଆକ୍ରାନ୍ତ ହସ୍ପିଟାଲ ଚିକିତ୍ସିତ ହେଉଛନ୍ତି । ଏହା ସହ ମୟୂରଭଞ୍ଜ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ରେ ପହଞ୍ଚିଛି ।
ସୁଚନାଯୋଗ୍ୟ ଯେ, ରାଜ୍ୟରେ ୨୮୭ ରେ ପହଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେମାନଙ୍କ ମଧ୍ୟରୁ ୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୨୪ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।
previous post
next post