ଭୁବନେଶ୍ୱର/ଶିଳାସ୍ମିତା ରାୟ: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ଆଶାତୀତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ମଙ୍ଗଳବାର ରିପୋର୍ଟ ଅନୁଯାୟୀ ରାଜ୍ୟରେ ଗୋଟିଏ ଦିନରେ ୧୦୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୮୩୫ରେ ପହଞ୍ଚିଛି । ଚିହ୍ନଟଙ୍କ ମଧ୍ୟରୁ ୭୨୧ କ୍ବାରେଣ୍ଟାଇନ୍ର ଥିବା ବେଳେ ୩୫୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୪୧୦୯୨୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ରାଜ୍ୟରେ ମୋଟ୍ ୧୯୮୩୫ ସଂକ୍ରମିତଙ୍କ ମଧ୍ୟରୁ ୬୩୮୭ଟି ଆକ୍ଟିଭ୍ କେସ୍, ୧୩୩୦୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ଆଜିର ରିପୋର୍ଟ ଅନୁଯାୟୀ, ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୭୧ ଜଣ ଥିବା ବେଳେ, ଖୋର୍ଦ୍ଧା ଜିଲ୍ଲାରୁ ୧୨୧ ଜଣ, ରାୟଗଡା ଜିଲ୍ଲାରୁ ୯୬ ଜଣ, ମାଲକାନଗିରି ଜିଲ୍ଲାରୁ ୬୬ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ ଜିଲ୍ଲାରୁ ୨୬ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୫୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୫ ଜଣ, ଯାଜପୁର ଜିଲ୍ଲାରୁ ୨୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୪, କଳାହାଣ୍ଡି ଜିଲ୍ଲାରୁ ୧୫ ଜଣ, କନ୍ଧମାଳ ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨୪ ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ ଜଣ, କୋରାପୁଟ ଜିଲ୍ଲାରୁ ୧୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ ଜଣ, ନୟାଗଡ ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୨୮, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ୧୦ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ ରହିଛନ୍ତି ।
previous post
next post