ଓଡିଶା

ରାଜ୍ୟରେ କରୋନାଜନିତ ମୃତ୍ୟୁ ୮ରେ ପହଞ୍ଚିଛି

ଭୁବନେଶ୍ବର: ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବୃଦ୍ଧ । ଏହା ପରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ କରୋନା ବ୍ୟତୀତ ମଧୁମେହ ଓ ଅନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ ।
ରାଜ୍ୟରେ ଆଜି ପୁଣି ୧୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।

Related posts

ଆସନ୍ତା ୨୪ ଘଣ୍ଟାରେ ୧୦  ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

mahabharatanews

ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ, ଜଳିଗଲା ଧାନ ବସ୍ତା

mahabharatanews

ଶରତପାଳ ମହାବିଦ୍ୟାଳୟ ରୌପ୍ୟ ଜୟନ୍ତୀ ପାଇଁ ପ୍ରସ୍ତୁତି

mahabharatanews