ଓଡିଶା

ରାଜ୍ୟରେ କରୋନାଜନିତ ମୃତ୍ୟୁ ୧୬୨୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ନୂତନ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ଘଟିଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟା ଅବ୍ୟାହତ ରହିଛି । ଗତ ୨୪ ଘଣ୍ଟାରେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ୧୬୨୫ରେ ପହଞ୍ଚିଛିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ସୁନ୍ଦରଗଡ ଜିଲ୍ଲାରୁ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, କେନ୍ଦୁଝର ଜିଲ୍ଲାରୁ ୩ , କଟକ, ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏଁ, ଦେବଗଡ, ଜଗତସିଂହପୁର, ଖୋର୍ଦ୍ଧା, ମୟୁରଭଞ୍ଜ ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଅଛନ୍ତି ।
ରାଜ୍ୟରେ ୩୧୩୩୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୭୭୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୩୮୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୬୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୫୧୮୬୪୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

SR

Related posts

ଉଛୁଳୁଛି ହୀରାକୁଦ; ଖୋଲିଲା ଆଉ ୩ଟି ଗେଟ 

mahabharatanews

ରାଜ୍ୟରେ ଆଜି ପୁଣି କରୋନା ନେଲା ୧୧ ମୁଣ୍ଡ

mahabharatanews

ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ,ଓଡ଼ିଶାର ମୁଣ୍ଡପିଛା ଆୟ ୧, ୬୧, ୪୩୭ ଟଙ୍କା

mahabharatanews