ଭୁବନେଶ୍ବର/ଶିଳାସ୍ମିତା ରାୟ : ରାଜ୍ୟରେ ଆଜି ଆଉ ୧୩୨୦ ଜଣ କରୋନା ପଜିଟିଭ ବାହାରିଛନ୍ତି। ୨୪ ଜିଲ୍ଲାରୁ ଏହି ପଜିଟିଭ ବାହାରିଛନ୍ତି । ଆଜିର ପଜିଟିଭଙ୍କ ମଧ୍ୟରେ ୪୩୩ ସ୍ଥାନୀୟ ସଂକ୍ରମିତ ଓ ୮୮୭ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି । ଏଥିସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୧୩ ହଜାରରେ ପହଞ୍ଚିଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏସମ୍ପର୍କରେ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ଗଞ୍ଜାମ ଜିଲାରୁ ସର୍ବାଧିକ ୫୬୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୧୭୪ଜଣ, ପୁରୀ ଓ ଗଜପତି ଜିଲ୍ଲାରୁ ୯୦ଜଣ ଲେଖା, ଅନୁଗୁଳ ଜିଲାରୁ ୬ଜଣ, ବାଲେଶ୍ୱରରୁ ୨୩ ଜଣ, ବରଗଡ ଜିଲ୍ଲାରୁ ୧୪ ଜଣ, ଭଦ୍ରକ ଜିଲ୍ଲାରୁ ୨୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ ଜଣ, କଟକ ଜିଲ୍ଲାରୁ ୪୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨୩ଜଣ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩୯ଜଣ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୩୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ ରହିଛନ୍ତି । ଏନେଇ
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୦୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୬୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୫୨୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୪୬୩୧୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
previous post
next post