ଓଡିଶା

୨୩ ଜିଲ୍ଲାରୁ ୪୯୪ କରୋନା ପଜିଟିଭ ଚିହ୍ନଟ, ୧୫ ହଜାର ଟପିଲା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା

(ମହାଭାରତ/ଭୁବନେଶ୍ୱର): ଆଜି ରାଜ୍ୟରେ ୪୯୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୨୨ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୭୨ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ୪୯୪ ଜଣ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱରରୁ ୨୧ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, ଭଦ୍ରକରୁ ୭, ବଲାଙ୍ଗୀର ୩, କଟକରୁ ୩୮ ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୫, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୧୧, କେଉଁଝରରୁ ୧୦, ଖୋର୍ଦ୍ଧାରୁ ୬୪ ଜଣ, କୋରାପୁଟରୁ ୪, ମାଲକାନଗିରି ୪, ମୟୂରଭଞ୍ଜରୁ ୧୪, ନୟାଗଡ଼ ୧୬, ନୂଆପଡ଼ାରୁ ୯, ନବରଙ୍ଗପୁର ୪, ପୁରୀ ୭, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୪ ଜଣ ଓ ସୁନ୍ଦରଗଡ଼ରୁ ୧୦ ଜଣ ଥିବା ଜଣାପଡିଛି ।
ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୫ ହଜାର ୩୯୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ହଜାର ୪୭୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ୪ ହଜାର ୮୧୩ ଜଣ ସକ୍ରିୟ ଆକ୍ରାନ୍ତ ଏବେ ଚିକିତ୍ସାଧିନ ଅଛନ୍ତି ।

Related posts

mahabharatanews

ବାଲିପଦର ଗାଁକୁ ସାନିଟାଇଜ କଲେ ଯୁବକ ସଂଘ

mahabharatanews

ଚଳିତ ବର୍ଷ ମଧ୍ୟ ଗ୍ରୀଷ୍ମକାଳୀନ ଛୁଟି ସମୟରେ ହେବ ପାଠପଢ଼ା

mahabharatanews