ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ କରୋନା ସଂକ୍ରମଣ କମିଛି : ୬୩ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଛି । ଯାହା ବର୍ତ୍ତମାନ କରୋନା ସଂକ୍ରମଣ ଶହେ ତଳେ ରହିଛି। ଗତକାଲି ୮୪ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨, ବଲାଙ୍ଗୀରରୁ ୧, କଟକରୁ ୧୨ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧ ଜଣ, କଳାହାଣ୍ଡିରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୧୧, କୋରାପୁଟରୁ ୧, ମୟୁରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩, ନୂଆପଡ଼ାରୁ ୩, ପୁରୀରୁ ୪ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Related posts

ବଦଳିଲେ ବୈଦ୍ଧ ଓ ଦେବଗଡ ଏସପି

mahabharatanews

ଆମ୍ବୁଲାନ୍ସ ଷ୍ଟାଫ୍‌ଙ୍କ ପାଇଁ ପ୍ରୋତ୍ସାହନ ଘୋଷଣା 

mahabharatanews

ଗରିବ ଅସହାୟଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

mahabharatanews