ଭୁବନେଶ୍ବର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କାମୁଛି। ଯାହା ପଚାଶ ତଳେ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି।
Covid-19 Report For 3rd Nov
New Positive Cases: 15
Of which 0-18 years: 0
In quarantine: 9
Local contacts: 6(Details of local contacts will be shared by concerned District)
1. Bargarh: 2
2. Balangir: 1
3. Cuttack: 3
4. Khurda: 2
5. Mayurbhanj: 1
6. Puri: 1— I & PR Department, Odisha (@IPR_Odisha) November 4, 2022
ଆଜି ରାଜ୍ୟର ୮ଟି ଜିଲ୍ଲାରୁ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩, ବଲାଙ୍ଗୀରରୁ ୧, କଟକରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୂରଭଞ୍ଜରୁ ୧, ପୁରୀରୁ ୧, ସମ୍ବଲପୁରରୁ ୨ ଜଣ ଓ ସୁନ୍ଦରଗଡ଼ରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।