ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ କରୋନା ସଂକ୍ରମଣ କମିଛି ; ୧୫ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କାମୁଛି। ଯାହା ପଚାଶ ତଳେ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି।

ଆଜି ରାଜ୍ୟର ୮ଟି ଜିଲ୍ଲାରୁ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩, ବଲାଙ୍ଗୀରରୁ ୧, କଟକରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୂରଭଞ୍ଜରୁ ୧, ପୁରୀରୁ ୧, ସମ୍ବଲପୁରରୁ ୨ ଜଣ ଓ ସୁନ୍ଦରଗଡ଼ରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

 

Related posts

ଶାଢୀ ଦୋକାନରେ ନିଆଁ ଲାଗି ଏକ କୋଟି ଟଙ୍କାର କ୍ଷତି

mahabharatanews

୪୪ଟି ଅସ୍ଥାୟୀ ମାର୍କେଟ ଖୋଲିବ ବିଏମସି

mahabharatanews

ସମ୍ବଲପୁର ଆକ୍ରମଣ ଘଟଣା: ୧୯ରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା

mahabharatanews