ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ଯାହା ୫ ହଜାର ଉପରେ ରହିଛି। କିନ୍ତୁ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୪୬ ହଜାର ତଳେ ରହିଥିବା କଥା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ସୂଚନାନୁସାରେ , ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୩୮୩ କରୋନା ସଂକ୍ରମଣ ଓ ୨୦ ମୃତ୍ୟୁ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୩୮୩ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୫୮,୪୨୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୪୪୯ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୮ ଜଣଙ୍କ ମୃତ୍ୟୁ ସାମିଲ କରିଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୬,୪୨୪ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୯,୮୪,୬୯୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୧% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୨୮୧ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୦%।

