ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ କରୋନା ସଂକ୍ରମଣ ଶହେ ତଳେ ରହିଛି : ୪୯ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି । ଯାହା ଶହେ ତଳେ ରହିଛି। ଗତକାଲି ୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ଚଳିତ ବର୍ଷର ସର୍ବନିମ୍ନ ସଂଖ୍ୟା ବୋଲି କୁହାଯାଉଛି। ଏମାନଙ୍କ ମଧ୍ୟରୁ ୨୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।


ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱର ଜିଲ୍ଲାରୁ ୫, ବରଗଡ଼ରୁ ୧, ଭଦ୍ରକରୁ ୧, ବୌଦ୍ଧରୁ ୧, କଟକରୁ ୧୦ ଜଣ, ଦେବଗଡ଼ରୁ ୪, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୩, କୋରାପୁଟରୁ ୧, ମୟୂରଭଞ୍ଜରୁ ୧, ନୂଆପଡ଼ାରୁ ୧, ପୁରୀରୁ ୩ ଜଣ, ସମ୍ବଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟପୁଲରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Related posts

ଓଡିଶା ଆସିଛନ୍ତି ନିର୍ବାଚନ ଆୟୋଗଙ୍କ ଟିମ୍

mahabharatanews

ଆସନ୍ତାକାଲି ହେବ କୋଟିଆ ପ୍ରସଙ୍ଗରେ ଶୁଣାଣି

mahabharatanews

ଧାନ କିଣାରେ ଅନିୟମିତତା, ପ୍ରତିବାଦରେ କଲ୍ୟାଣସିଂହପୁର- ରାୟଗଡ଼ା ରାସ୍ତା ରୋକ

mahabharatanews