ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ତେବେ ଆଜି କରୋନା ସଂକ୍ରମଣ ୩ ଶହ ତଳକୁ ରହିଛି । ଗତକାଲି ରାଜ୍ୟରେ କରୋନା ସଂକ୍ରମଣ ୨୦୬ ଥିବାବେଳେ ଆଜି ୨୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୧୨୨ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୪ ଜଣ ୧୮ ବର୍ଷରୁ କମ୍ ଶିଶୁ କିଶୋର ଥିବା ଜଣାପଡିଛି । ତେବେ ଖୋର୍ଦ୍ଧାରେ ସର୍ବାଧିକ ୬୩ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୪ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୨୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୨ ଜଣ, ଗତପତିରୁ ୬ ଜଣ, ଜଗତ୍ସିଂହପୁରରୁ ୩ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୨୩ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, ଖୋର୍ଦ୍ଧାରୁ ୬୩ ଜଣ, କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୧୭ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ରୁ ୭ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୪୪ ଜଣ ଓ ଷ୍ଟେଟ୍ପୁଲ୍ରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭ୍ ସଂଖ୍ୟା ୧୩୨୫୬୭୭ରେ ପହଞ୍ଚିଥିବା ବେଳେ ଏବେ ବି ସକ୍ରିୟ ଅଛନ୍ତି ୨୧୯୭ ଜଣ।