ଓଡିଶାସ୍ୱାସ୍ଥ୍ୟ

ପୁଣି ବୃଦ୍ଧି ପାଉଛି କରୋନା ସଂକ୍ରମଣ : ୨୪ ଘଣ୍ଟା ମଧ୍ୟରେ ୫,୪୪୩ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପୁଣି ବୃଦ୍ଧି ପାଉଛି କରୋନା ସଂକ୍ରମଣ । ୫ ହଜାର ଟପି ଯାଇଛି କରୋନା ସଂକ୍ରମଣ । କିନ୍ତୁ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୮ ହଜାର ୫୦୦ ଉପରେ ରହିଥିବା କଥାସ୍ୱାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ସୂଚନାନୁସାରେ , ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୪୪୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୬ ମୃତ୍ୟୁ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୪୪୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୫୩,୦୪୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୪୨୯ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୧୨ ଜଣଙ୍କ ମୃତ୍ୟୁ ସାମିଲ କରିଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୫,୨୯୧ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୯,୭୮,୨୭୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୧% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୬,୩୪୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୦%। ୩,୩୯,୦୬୨ଟି ନମୁନା।

 

Related posts

ଦୁଇଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ

mahabharatanews

ଆଜିଠୁ ଭୋଟର ତାଲିକାରେ ଆଧାର ନମ୍ବର ସଂଯୋଗୀକରଣ ପ୍ରକ୍ରିୟା

mahabharatanews

ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

mahabharatanews