ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ କରୋନା ସଂକ୍ରମଣ ବଢିଛି ; ୧୬୪ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢିଛି । ଯାହା ୨ ଶହ ତଳେ ରହିଛି। ଗତକାଲି ୧୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧ ଜଣ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, ବରଗଡ଼ରୁ ୩, ଭଦ୍ରକରୁ ୩, କଟକରୁ ୩୩ ଜଣ, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କନ୍ଧମାଳରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧, କୋରାପୁଟରୁ ୨, ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩, ନୟାଗଡ଼ ଜିଲ୍ଲାରୁ ୫ ଜଣ, ନୂଆପଡ଼ାରୁ ୩, ପୁରୀରୁ ୧ ଜଣ, ସମ୍ବଲପୁରରୁ ୪ ଜଣ, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୨୧ ଜଣ ଓ ଷ୍ଟେଟପୁଲରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Related posts

ଜୀବନ ବିକଳରେ ସାଇକେଲରେ ୧୬୦୦ କିମି ଅତିକ୍ରମ କଲେ ପ୍ରାବାସୀ

mahabharatanews

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବାଚସ୍ପତି ପ୍ରାର୍ଥୀ ପ୍ରମିଳା ମଲ୍ଲିକ

mahabharatanews

ପୌର ଫାଇଟ: ରାଜଧାନୀରେ ସୁଲୋଚନା ଆଗୁଆ, କଟକରେ ସୁବାସ ଆଗୁଆ, ଜାଣନ୍ତୁ କିଏ ପାଇଲା କେତେ ଭୋଟ୍

mahabharatanews