ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ କାରୋନା ସଂକ୍ରମଣ ବଢିଛି ; ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କାରୋନା ସଂକ୍ରମଣ ବଢିଛି । ଯାହା ୨ ଶହ ତଳେ ରହିଛି। ଗତକାଲି ୧୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୪୦ ଜଣ ଚିହ୍ନଟ ହୋଇଛନ୍ତି।


ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧, ବରଗଡ଼ ଜିଲ୍ଲାରୁ ୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୬, କଟକରୁ ୪୦ ଜଣ, ଦେବଗଡ଼ରୁ ୨, ଗଜପତିରୁ ୫, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, କନ୍ଧମାଳରୁ ୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯, କୋରାପୁଟରୁ ୨, ମୟୂରଭଞ୍ଜରୁ ୭ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ାରୁ ୫, ପୁରୀରୁ ୧୪ ଜଣ, ସମ୍ବଲପୁରରୁ ୯ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟପୁଲରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Related posts

୧୩ ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ପହଞ୍ଚିବ ଉତ୍ତର ଖାତା

mahabharatanews

ଓଡ଼ିଶାରେ ଚାଲିଛି ନକଲି ବନ୍ଧୁକ କାରବାର

mahabharatanews

ଆକାଶ ଛୁଆଁ ଲେମ୍ବୁ ଦର

mahabharatanews