ଓଡିଶା

ରାଜ୍ୟରେ କରୋନା ସଂକ୍ରମଣ ବଢିଛି ; ୧୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢିଛି । ଯାହା ୨ ଶହ ତଳେ ରହିଛି। ଗତକାଲି ୧୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ଅଛନ୍ତି ୪୦ ଜଣ। ସଂଗ‌ରୋଧ କେନ୍ଦ୍ରରୁ ୧୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୮୩ ଜଣ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧ ଜଣ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୮ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୧୬ ଜଣ, ଦେବଗଡ଼ରୁ ୨ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୫ ଜଣ, ଜଗତ୍‌ସିଂହପୁରରୁ ୩ ଜଣ, ଯାଜପୁରରୁ ୪ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୮ ଜଣ, ଖୋର୍ଦ୍ଧାରୁ ୩୯ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୭ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୯ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୧୦ ଜଣ, ସମ୍ବଲପୁରରୁ ୪ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Related posts

ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ

mahabharatanews

ସଜିଦକୁ ଅନୁଦାନ ମଞ୍ଜୁର ପାଇଁ ପ୍ରଣବ ପ୍ରକାଶ ଦାସଙ୍କୁ କୃତଜ୍ଞତା

mahabharatanews

ସୁବର୍ଣ୍ଣପୁର ଜିଳ୍ଲା ବିଜେପି ପକ୍ଷରୁ କରୋନ ଯୋଦ୍ଧାଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ

mahabharatanews

Leave a Comment