ଓଡିଶାସ୍ୱାସ୍ଥ୍ୟ

କରୋନା ସଂକ୍ରମଣ ବଢିଛି : ୬୩ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢିଛି । ଯାହା ଶହେ ତଳେ ରହିଛି। ଗତକାଲି ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୬, ବରଗଡ଼ରୁ ୪, ବଲାଙ୍ଗୀରୁ ୧, କଟକରୁ ୮ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୬, ମୟୂରଭଞ୍ଜରୁ ୧, ନୟାଗଡ଼ରୁ ୪, ନୂଆପଡ଼ାରୁ ୫, ପୁରୀରୁ ୬ ଜଣ, ସମ୍ବଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ୧୧ ଜଣ ଓ ଷ୍ଟେଟପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୪, ୭୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୪, ୭୩୬ ଜଣ ସୁସ୍ଥ ହୋଇଛନ୍ତି।

Related posts

10 ବର୍ଷରେ ଭିଜିଲାନ୍ସ ପଞ୍ଝାରେ ଜଳସମ୍ପଦ ବିଭାଗର 130 ଯନ୍ତ୍ରୀ

mahabharatanews

ବ୍ରହ୍ମପୁରରେ ମେୟର ପ୍ରାର୍ଥୀ ସଂଘମିତ୍ରା ଦଳେଇ ପିନ୍ଧିଲେ ବିଜୟ ମୁକୁଟ

mahabharatanews

ଆଜି ଆସିବ ରାଜ୍ୟ ବଜେଟ୍, ନୂଆ ଘୋଷଣା ଉପରେ ନଜର..

mahabharatanews