ଓଡିଶାସ୍ୱାସ୍ଥ୍ୟ

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଉଛି ; ୩୨୦ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମଣ। ତେବେ ଏହା ଆଜି ୪ ଶହ ତଳେ ରହିଛି। ଗତକାଲି ୩୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ୩୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯ ଜଣ ଚିହ୍ନଟ ହୋଇଛନ୍ତି।

ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବର ଜିଲ୍ଲାରୁ ୫ ଜଣ, ବରଗଡ଼ରୁ ୧୩, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୧୩ ଜଣ, ବୌଦ୍ଧରୁ ୧୭, କଟକରୁ ୧୪ ଜଣ, ଦେବଗଡ଼ରୁ ୪ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୬, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୩ ଜଣ, କନ୍ଧମାଳରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୪୯, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜରୁ ୧୨ ଜଣ, ନବରଙ୍ଗପୁରରୁ ୮ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ାରୁ ୧୧, ପୁରୀରୁ ୩ ଜଣ, ସମ୍ବଲପୁରରୁ ୨୪ ଜଣ, ସୋନପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୪୫ ଜଣ ଓ ଷ୍ଟେଟପୁଲରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Related posts

ହୀରକୁଦରେ ପୁଣି ଖୋଲିଲା ୬ ଗେଟ

mahabharatanews

ସିଟି ହସ୍ପିଟାଲ ମାନ୍ୟତା ଦାବିରେ ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ

mahabharatanews

ପଙ୍କଉଧାର ଓ ଗାଡୱାଲ ନିର୍ମାଣ ନାଁରେ ଲକ୍ଷାଧିକ ଟଙ୍କା ହଡପ ଅଭିଯୋଗ

mahabharatanews