ଓଡିଶା

କରୋନାରୁ ସୁସ୍ଥ ହେଲେ ଆଉ ୧୫୪୪ ଆକ୍ରାନ୍ତ

(ମହାଭାରତ/ଭୁବନେଶ୍ୱର): ରାଜ୍ୟର ୨୬ଟି ଜିଲ୍ଲାରୁ ଆଜି ୧୫୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହା ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଅକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୨୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍ କରି ସୂଚନା ଦେଇଛି । ରାଜ୍ୟ ସରକାରଙ୍କ ତଥ୍ୟ ଅନୁସାରେ ଶୁକ୍ରବାର ରାତି ୧୨ଟା ସୁଦ୍ଧା ମୋଟ ୬ ଲକ୍ଷ ୩୪ ହଜାର ୯୦ ଜଣଙ୍କର ସ୍ୱାବ ନମୁନା ପରୀକ୍ଷା ହୋଇଛି। ଏଥିରୁ ଏଯାଏଁ ୪୪ ହଜାର ୧୯୩ଟି ନମୁନା ରିପୋର୍ଟ ପଜିଟିଭ ଆସିଛି। ମୋଟ ୩୦ ହଜାର ୨୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏଯାଏ ୨୫୯ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଏବେ ୧୩ ହଜାର ୬୪୪ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

Related posts

କଟକ ମୁଣ୍ଡଳି CISF କ୍ୟାମ୍ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

mahabharatanews

୨୨ରେ ଲଘୁଚାପ ସୃଷ୍ଟି ସମ୍ଭାବନା

mahabharatanews

ଗାଇଡଲାଇନରେ ପରିବର୍ତ୍ତନ କଲା ଗଣଶିକ୍ଷା ବିଭାଗ

mahabharatanews