Uncategorized

ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୨୪୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା କିଛି ହ୍ରାସ ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୨୪୯ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୧୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୭୮୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୩୩୧୬୪୫ ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୯୦୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯୮୬୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୨୫୦,୫୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮୧୬୮୭।

Related posts

ଦକ୍ଷ ଥାନାଧିକାରୀ ନିଯୁକ୍ତି ପାଇଁ ଜଳେଶ୍ୱର ବିଜେଡି ପକ୍ଷରୁ ଦାବି

mahabharatanews

ବିଜୟ ଦିବସ: ସେନାର ବୀରତ୍ୱକୁ ମନେପକାଇଲେ ମୋଦି

mahabharatanews

ରକ୍ତ ଜମାଟ ବାନ୍ଧିବା କରୋନା ମୃତ୍ୟୁର ଏକ କାରଣ 

mahabharatanews