ଭାରତ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩, ୧୫୭ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩, ୧୫୭ କରୋନା ଆକ୍ରାନ୍ତ ଚିହ୍ନଟ ଓ ୨୬ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୧୫୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୮୨,୩୪୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୬ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୮୬୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୭୨୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୩୮,୯୭୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୫୦୦।

Related posts

ଯୋଗ ଶିବିର ପାଇଁ ସେବା ଟିକସ ଦେବେ ସ୍ବାମୀ ରାମଦେବ

mahabharatanews

ବୃଦ୍ଧଙ୍କ ଇଚ୍ଛା ପୂରା କରି ହୃଦୟ ଜିତିଲା ମାହି

mahabharatanews

କକ୍ଷପଥ ପରିବର୍ତ୍ତନ କଲା ଚନ୍ଦ୍ରଯାନ

mahabharatanews