(ଦିଲ୍ଲୀ): ଦୀର୍ଘ ତିନିବର୍ଷ ହେଲା ସମଗ୍ର ବିଶ୍ବରେ ନିଜର ଆସ୍ଥା ମଚାଇଛି । ଆତଙ୍କ ଖେଳାଇଥିବା କୋଭିଡ୍ ମହାମାରୀ ଆଉ ବିଶ୍ବ ପାଇଁ ସ୍ବାସ୍ଥ୍ୟ ସଂକଟ ହୋଇ ରହିନାହିଁ । ବିଶ୍ବ ସ୍ବାସ୍ଥ୍ୟ ସଂଗଠନ (ହୁ) ଘୋଷଣା କରିଛି ଯେ କୋଭିଡ୍ ଆଉ ‘ଗ୍ଲୋବାଲ ହେଲଥ୍ ଏମର୍ଜେନ୍ସି’ ନୁହେଁ ।
ହୁ ମହାନିର୍ଦ୍ଦେଶକଙ୍କ କହିବାନୁଯାୟୀ , ‘‘ଗତକାଲି ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ଜରୁରୀକାଳୀନ କମିଟି ୧୫ତମ ଥର ପାଇଁ ବୈଠକ କରିଥିଲା । ଏଥିରେ କୋଭିଡ୍୧୯କୁ ବିଶ୍ୱରେ ବିଶ୍ୱ ସ୍ୱାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି ପରିସର ବାହାରେ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା । ମୁଁ କମିଟିର ପରାମର୍ଶକୁ ଗ୍ରହଣ କରିଛି।’’ତେବେ କରୋନା ଏବେ ବି ବିଶ୍ୱସ୍ୱାସ୍ଥ୍ୟ ପ୍ରତି ବିପଦ ବୋଲି ଡବ୍ଲୁଏଚଓ ସ୍ପଷ୍ଟ କରିଛି ।
ଦେଶରେ କୋଭିଡ୍୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୬୪୨କୁ ବୃଦ୍ଧି ପାଇଛି ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୯୯,୪୧୫।