(କଟକ) : ଶେଷ ଦିନରେ କଟକ ଐତିହାସିକ ବାଲିଯାତ୍ରା । ଗତକାଲି ଗୋଟିଏ ଦିନ ବଢିଥିଲା କଟକ ଐତିହାସିକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି । କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ସୋମବାର ସରିବାର ଥିଲା । ଜନ ସାଧାରଣଙ୍କ ଆଗ୍ରହକୁ ଦେଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନାନୁଯାୟୀ, ଏହାପୂର୍ବରୁ କଟକ ବାଲିଯାତ୍ରାକୁ ୨ ଦିନ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ କଟକ ମେୟର ସୁବାସ ସିଂ । ତେବେ ୨ ଦିନ ବଦଳରେ ଗୋଟିଏ ଦିନ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଅନୁମତି ଦେଇଛନ୍ତି । ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ଆସନ୍ତାକାଲି ଅର୍ଥାତ ଡିସେମ୍ବର ୪ ତାରିଖରେ ସରିବ ବୋଲି ଘୋଷଣା ହୋଇଥିଲା। ଉଦ୍ଯାପନୀ ସମାରୋହରେ ରାଜ୍ୟପାଳ ରଘୁବର ଦାସ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଗତକାଲି ଗୋଟିଏ ଦିନରେ ୧୦ ଲକ୍ଷରୁ ଅଧିକ ଲୋକ ବାଲିଯାତ୍ରା ବୁଲିଛନ୍ତି ।