ଓଡିଶାପାଣିପାଗ

ଆସୁଛି ବାତ୍ୟା : ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ସୂଚନା

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ନେଇ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ପଷ୍ଟତା ନ ଆସିଥିଲେ ବି ସ୍ବତନ୍ତ୍ର ରିଲିଫ କମିସନ (ଏସ୍‌ଆରସି) ପକ୍ଷରୁ ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ଏସ୍‌ଆରସି ପକ୍ଷରୁ ଆଜି ଚିଠି ଲେଖି ଉପକୂଳବର୍ତ୍ତୀ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା ଓ ବାଲେଶ୍ୱର ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଦିଆଯାଇଛି । ବାତ୍ୟା ମୁକାବିଲା ପାଇଁ ପୂର୍ବରୁ ପ୍ରସ୍ତୁତ ରହିବାକୁ ସଂପୃକ୍ତ ଜିଲ୍ଲାଗୁଡ଼ିକ ନିର୍ଦ୍ଦେଶ ଦିଆଯାଇଛି।

ଉତ୍ତର ଆଣ୍ଡାମାନ ସାଗର ଏବଂ ତତ୍‌ସଂଲଗ୍ନ ଅଞ୍ଚଳ ଉପରେ ମଙ୍ଗଳବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି (ବୁଧବାର, ଅକ୍ଟୋବର ୧୯ ତାରିଖ ସକାଳ ୦୮୩୦ ଘଣ୍ଟା ସୁଦ୍ଧା) ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ମଧ୍ୟଭାଗ ଯାଏ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

Related posts

ସାଧାରଣତନ୍ତ୍ର ଦିବସରେ ଝରୀଗାଁ ଡିଗ୍ରୀ କଲେଜ ୟୁଥ ରେଡ଼କ୍ରସର ରକ୍ତଦାନ ଶିବିର

mahabharatanews

ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ଖେଚୁଡ଼ି ଅନ୍ନ ପ୍ରସାଦ ବଣ୍ଟନ

mahabharatanews

ନୂଆପଡାରେ ଜୟ ଢୋଲକିଆଙ୍କ ବିପୁଳ ଭୋଟରେ ବିଜୟ ଲାଭ

mahabharatanews