ଓଡିଶା

ମାଡି ଆସୁଛି ଅସାନି: ପୁରୀଠାରୁ ୬୮୦ କିଲୋମିଟର୍‌ ଦୂରରେ ରହିଛି ବାତ୍ୟା

ଭୁବନେଶ୍ୱର: ଭୀଷଣ ସାମୁଦ୍ରିକ ବାତ୍ୟା ‘ଅସାନି’ ପୁରୀଠାରୁ ୬୮୦ କିଲୋମିଟର୍‌ ଦୂରରେ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଦକ୍ଷିଣପୂର୍ବ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଭୀଷଣ ସାମୁଦ୍ରିକ ବାତ୍ୟା ‘ଅସାନି’ ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୨୫ କିଲୋମିଟର୍‌ ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ମେ ୧୦ ତାରିଖ ପର୍ଯ୍ୟନ୍ତ ସାମୁଦ୍ରିକ ବାତ୍ୟା ‘ଅସାନି’ ଉତ୍ତରପଶ୍ଚିମ ଦିଗକୁ ଗତି କରି ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳ ମଧ୍ୟସ୍ଥ ପଶ୍ଚିମକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବାର ଯଥେଷ୍ଟ ସମ୍ଭାବନା ଅଛି। ଏହାପରେ, ଏହା ଓଡ଼ିଶା ଉପକୂଳ ଅନ୍ତର୍ଗତ ବଙ୍ଗୋପସାଗରର ଉତ୍ତର-ଉତ୍ତରପଶ୍ଚିମକୁ ମୋଡ଼ ବଦଳାଇ ପାରେ। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହି ସାମୁଦ୍ରିକ ବାତ୍ୟା କ୍ରମଶଃ ଦୁର୍ବଳ ହୋଇଯିବ। ସମ୍ଭାବ୍ୟ ବାତ୍ୟା ଯୋଗୁଁ ଓଡ଼ିଶାର ସମସ୍ତ ବନ୍ଦର ନିମନ୍ତେ ୨ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ଏହାପ୍ରଭାବରେ ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

Related posts

ବିଶ୍ୱରୁ ତୃତୀୟ ଲହରର ଆଶଙ୍କା ଥମିନାହିଁ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

mahabharatanews

ଆଗକୁ ତାପମାତ୍ରା ବଢିପାରେ

mahabharatanews

ଆସନ୍ତାକାଲି ଯାଏଁ ଗୃହ ମୁଲତବୀ 

mahabharatanews