ଓଡିଶା

ଆଗାମୀ ୨୪ ଘଣ୍ଟା କୋହଲା ପାଗ ,ଆଲର୍ଟ ଜାରି

(ଭୁବନେଶ୍ୱର) : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ମଙ୍ଗଳବାର ନେଲୋର ଏବଂ ମଛଲିପଟନମ୍‌ ମଧ୍ୟବର୍ତ୍ତୀ ବାପାଟଲା ନିକଟରେ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇଛି । ତେବେ ବାତ୍ୟା ପ୍ରଭାବରେ ଏବେବି ବର୍ଷା ଲାଗି ରହିଛି ।  ଓଡ଼ିଶାର ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି । ସେହିପରି ଉପକୂଳ ଓଡିଶାରେ କୋହଲା ପାଗ ସହ ଝିପି ଝିପି ବର୍ଷା ଲାଗି ରହିଛି । ଆହୁରି ୨୪ ଘଣ୍ଟା ପାଗ କୋହଲା ରହିବ । ଦକ୍ଷିଣ ଓଡ଼ିଶାରେ ଗତକାଲି ରାତିରେ ବର୍ଷାର ପରିମାଣ ଅଧିକ ଥିବା ବେଳେ ସକାଳୁ କିଛି ପରିମାଣରେ କମିଥିବା ଦେଖିବାକୁ ମିଳିଛି ।

ସୂଚନାନୁଯାୟୀ , ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା ମିଗଜୋମ୍ । ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ଜଣାଇଛି ଭାରତୀୟ ପାଣିପାଗ ବିଭାଗ । ଏପଟେ ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Related posts

ରାଜଧାନୀରେ ଉପରମୁହାଁ ଡେଙ୍ଗୁ, ଆକ୍ରାନ୍ତ ସଂଖ୍ୟା ଟପିଲା ୨୦୦

mahabharatanews

ଆହୁରି ଦୁଇ ଦିନ ଅତି ପ୍ରବଳ ବର୍ଷା ସମ୍ଭାବନା; ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

mahabharatanews

ଚିନ୍ମୟୀ ମୃତ୍ୟୁ ମାମଲାରେ ଖୋଲିବ ରହସ୍ୟ, ଆସିଲା ଭିସେରା ରିପୋର୍ଟ

mahabharatanews