(ଭୁବନେଶ୍ଵର) : ଆନ୍ଧ୍ର ଉପକୂଳରେ ସମାନ୍ତରାଳ ବାବେ ଗତି କରୁଛି ପାଖରେ ବାତ୍ୟା ମିଗଜୋମ୍ । ନେଲୋର ଓ ମଛଲିପଟନମ୍ ମଧ୍ୟରେ ବାପାଟଲା ଉପକୂଳରେ ଭୀଷଣ ବାତ୍ୟା ଭାବରେ ସ୍ଥଳଭାଗ ଛୁଉଁଛି । ଏହା ପୂର୍ବାହ୍ନ ସୁଦ୍ଧା ସ୍ଥଳଭାଗ ଅତିକ୍ରମ କରିବ । ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୯୦-୧୦୦ କିଲୋମିଟର ରହିବ ।
ସୂଚନାନୁଯାୟୀ , ରାଜ୍ୟର ବିଭିନ୍ନ ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ବିପୁଳ ଜନସମର୍ଥନ ବାତ୍ୟା ମିଗଜୋମ୍ ର ପ୍ରବାବ ସିଧାସଳଖ ଓଡ଼ିଶା ଉପରେ ପଡିବ ନାହିଁ । ରାଜ୍ୟରେ ଏହାର ପ୍ରଭାବ ଦୁଇରୁ ତିନି ଦିନ ରହିବ । ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲିକାନଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୫ଜିଲ୍ଲା ପାଇଁ ଆଜି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ ଜିଲ୍ଲାରେ ମଧ୍ୟ ବର୍ଷା ଆଶଙ୍କା ରହିଛି । ଦକ୍ଷିଣ ଓ ଉପକୂଳ ଓ୍ଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।
