ଓଡିଶା

୨ରେ ବାତ୍ୟା ; ୭ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ 

(ଭୁବନେଶ୍ୱର) : ବଙ୍ଗୋପସାଗରରେ ଦାନା ବାନ୍ଧିଲାଣି ବାତ୍ୟା । ଆସନ୍ତାକାଲି ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । କ୍ରମଶଃ ଏହା ଘନୀଭୂତ ହୋଇ ଡିପ୍ରେସନରେ ପରିଣତ ହେବ । ପୁଣି ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ । ଏ ନେଇ ପାଣିପାଗ ସୂଚନା ଦେଇଛି ।

ସୂଚନାନୁଯାୟୀ , ୩୦ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବା ସମ୍ଭାବନା ଅଛି । ପରେ ଉତ୍ତର ପଶ୍ଚିମ ଦିଗରେ ମୁହାଁଇବ । ୨ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ଓ ପାଖ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟା ରୂପ ନେବ । ଏହା ସହ ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ SRC ଚିଠି ଲେଖିଛନ୍ତି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି । ସେହିପରି ଚାଷୀଙ୍କୁ ସତର୍କ କରାଇବାକୁ ଏସ୍‌ଆରସି କହିଛନ୍ତି । ଏପରିକି ଡିସେମ୍ବର ୧ତାରିଖରୁ ସମୁଦ୍ରରେ ପବନ ବହିବ । ତେଣୁ ସମୁଦ୍ରକୁ ନ ଯିବାକୁ ଧୀବରଙ୍କୁ ପରାମର୍ଶ ଦିଆଯାଇଛି ।

Related posts

 ଧୁଆଁମୟ ଦୀପାବଳି ପାଳିଲେ ଟ୍ୱିନ୍ ସିଟିବାସୀ 

mahabharatanews

ତିର୍ତ୍ତୋଲ ଅଗ୍ନିଶମ ବିଭାଗ ଓ ଓଡ୍ରାଫ ଟିମ ପକ୍ଷରୁ ସଚେତନତା କାର୍ୟ୍ୟକ୍ରମ

mahabharatanews

 ଓଡ଼ିଶାରେ ଦେଶର ସର୍ବବୃହତ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର 

mahabharatanews