ଓଡିଶା

ଆଖି ବୁଜିଲେ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତ

(ଭୁବନେଶ୍ୱର) : ପରଲୋକରେ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତ । ୮୧ ବର୍ଷ ବୟସରେ ଶୁକ୍ରବାର ସକାଳ ୫ଟା ୨୩ ମିନିଟ ସମୟରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି। ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ , ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ଼ ରାଜନେତା ଭାବେ ଜଣାଶୁଣା ଥିଲେ। ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ଏକାଧିକ ଥର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ବିଜେପିକୁ ବାଏ ବାଏ କରି ପୁଣି ବିଜେଡିକୁ ଫେରିଥିଲେ।

Related posts

ମାତୃଛାୟା ଆଶ୍ରମରେ ଯୌନ ନିର୍ଯାତନା ଅଭିଯୋଗ, ଅତିରିକ୍ତ ଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ

mahabharatanews

ଉପସଚିବ ପାହ୍ୟାରେ ବଡ଼ଧରଣର ବଦଳି

mahabharatanews

ମାଲକାନଗିରିରେ ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳିତ

mahabharatanews